ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଡାକ୍ତରାଣୀ ଶୁଭଶ୍ରୀ ମୃତ୍ଯୁ ଘଟଣା: ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ, ବିଷକ୍ରିୟାରୁ ହୋଇଛି ଶୁଭଶ୍ରୀଙ୍କ ମୃତ୍ୟୁ

କେନ୍ଦୁଝର: ଡାକ୍ତରାଣୀ ଶୁଭଶ୍ରୀ କରଙ୍କ ବିଷକ୍ରିୟାରୁ ମୃତ୍ୟୁ ଘଟିଛି। ବ୍ୟବଚ୍ଛେଦ ରିପୋର୍ଟରେ ବିଷକ୍ରିୟାରୁ ଶୁଭଶ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି। ଏନେଇ ଜିଲ୍ଳା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଜବତ ହୋଇଥିବା ବିଷ ବୋତଲ ଫରେନସିକ୍‌ ଲ୍ୟାବକୁ ପଠାଯିବ ବୋଲି କୁହାଯାଇଛି। ସପ୍ତାହେ ପରେ ଫରେନସିକ ରିପୋର୍ଟ ଆସିଲେ ଘଟଣା ଉପରୁ ଆହୁରି ପରଦା ଉଠି ପାରିବ ବୋଲି କହିଛନ୍ତି ସିଡିଏମ୍‌ଓ। ଶୁଭଶ୍ରୀଙ୍କ ଶବ ବ୍ୟବଚ୍ଛେଦ କରିଥିବା ୨ ଜଣିଆ ଡାକ୍ତର ଆଜି ସନ୍ଧ୍ୟାରେ ସିଡିଏମ୍‌ଓଙ୍କୁ ଲିଖିତ ବ୍ୟବଚ୍ଛେଦ ରିପୋର୍ଟ ପ୍ରଦାନ କରିବେ ବୋଲି ଜଣାଯାଇଛି।

ଗତ ୩୧ ତାରିଖ ରାତିରେ ନିଜ ସହକର୍ମୀଙ୍କ ସହ ନାଚଗୀତ କରି ଜିରୋ ନାଇଟ ସେଲିବ୍ରେସନ କରିଥିବା ଶୁଭଶ୍ରୀଙ୍କ ମୃତଦେହ ନୂଆବର୍ଷ ଦିନ ନିଜ ସରକାରୀ ବାସଭବନରୁ ଉଦ୍ଧାର ହୋଇଥିଲା।  ମୃତଦେହ ନିକଟର ଏକ ବିଷ ବୋତଲ ଜବତ ହୋଇଥିଲା। ତେବେ ଶୁଭଶ୍ରୀଙ୍କ ମୃତ୍ୟୁ ଉକ୍ତ ବୋତଲର ବିଷ ଯୋଗୁ ହୋଇଛି ନା ଅନ୍ୟ କିଛି ବିଷକ୍ରିୟା ହୋଇଛି ତାହା ସ୍ପଷ୍ଟ କରିବା ନିମନ୍ତେ ଉକ୍ତ ବୋତଲକୁ ଭୁବନେଶ୍ୱର ପଠାଯାଇଛି।

ଖବର ଅନୁଯାୟୀ, ଉକ୍ତ ରାତିରେ ଚାଲିଥିବା ପାର୍ଟିରେ ଡାକ୍ତରଙ୍କ ସହଯୋଗୀଙ୍କ ସହ ତାଙ୍କର ଜଣେ ଡାକ୍ତର ପୁରୁଷ ବନ୍ଧୁ ମଧ୍ୟ ଥିଲେ। ଘଟଣା ଜଣାପଡିବା ପେରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ବହୁଚେଷ୍ଟା ପରେ କବାଟ ନଖୋଲିବାରୁ ବାଧ୍ୟହୋଇ କବାଟ ଭାଙ୍ଗି ଘରେ ପଶିଥିଲା। ଖଟ ଉପରେ ନିଶ୍ଚେତ ହୋଇ ପଡିଥିଲେ ଡାକ୍ତର ଶୁଭଶ୍ରୀ କର। ତୁରନ୍ତ ତାଙ୍କୁ ଉଦ୍ଧାର କରି ଟାଟାଷ୍ଟିଲ ହସ୍ପିଟାଲକୁ ନିଆଯାଇଥିଲା, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Leave A Reply

Your email address will not be published.