ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁଣିଗାରେଡ଼ି ସନ୍ଦେହରେ ବାପା ପୁଅଙ୍କୁ ଗଳା କାଟି ହତ୍ୟା

ଗଜପତି : ଅନ୍ଧବିଶ୍ୱାସକୁ ନେଇ ପୁଣି ହତ୍ୟାକାଣ୍ଡ l ଏଭଳି ଅଘଟଣ ଘଟିଛି ଗଜପତି ଜ଼ିଲ୍ଲା ଅଡବା ଥାନା ମୁଠାଗୁଡା ଗ୍ରାମରେ l ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ୱାସକୁ ନେଇ ବାପା ପୁଅ ଙ୍କୁ ଗଳା କାଟି ହତ୍ୟା କରାଯାଇଛି l ବାପପୁଅଙ୍କୁ ଅତିନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକା ଦଳବେହେରା ଓ ତାଙ୍କ ପୁଅ ଅନକ ଦଳବେହେରା। ଗତ କାଲି ରାତିରେ ଲୁକା ଏବଂ ପୁଅ ଅନକ ନିଜ କାଜୁ ବାଡିକୁ ଯାଇଥିବା ସମୟରେ କିଛି ଦୁର୍ବୁତ୍ତ ସେମାନଙ୍କୁ ଆକ୍ରମଣ କରିଥିଲେ । ଘଟଣା ସ୍ଥଳରେ ଲୁକାଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଆହତ ଅବସ୍ଥାରେ ଅନକ ଘରେ ପହଞ୍ଚିଥିଲେ । ପରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା l

ଲୁକା ନିଜ ପରିବାର ସହ ୧୦ ବର୍ଷ ହେଲା ନିଜ ଗ୍ରାମ ପାଟିପଙ୍କାରୁ ଆସି ମୁଠାଗୁଡାରେ ଚାଷବାସ କରି ରହୁଥିଲେ l ତେଵେ ଗୁଣିଗାରେଡିରୁ ହତ୍ୟାକାଣ୍ଡ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ଆର. ଉଦୟଗିରି S. D. P. O ଙ୍କ ନେତୃତ୍ୱରେ ମୋହନା ଏବଂ ଅଡବା ପୋଲିସ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ଅନ୍ୟପଟେ ଅନେକ ଦିଗକୁ ନେଇ ପୋଲିସ ତଦନ୍ତ କରୁଥିବା S. D. P. O ଦିଲ୍ଲୀପ କୁମାର ନାୟକ ସୂଚନା ଦେଇଛନ୍ତି l

ଲୁକା ଦଳବେହେରା ଗୁଣିଗାରେଡ଼ି କରି ଗାଁରେ ଲୋକଙ୍କୁ ହତ୍ୟା କରୁଛି ବୋଲି କିଛି ଲୋକ ସନ୍ଦେହ କରିଆସୁଥିଲେ। କିଛି ଦିନ ପୂର୍ବରୁ ଗାଁରେ ଜଣେ ନାବାଳକର ମୃତ୍ୟୁ ହେବା ପରେ ଲୋକେ ତାଙ୍କ ଉପରେ ଦୋଷ ଲଦିଥିଲେ। ସେଥିପାଇଁ ତାଙ୍କୁ ଓ ତାଙ୍କ ପୁଅକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.