ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ- ସମୀର ରଞ୍ଜନ ଦାଶ

ଭୁବନେଶ୍ବର: ମହାରାଷ୍ଟ୍ର ଓ ଗୁଜୁରାଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ଲକଡାଉନ୍ ମଧ୍ୟ ଫେରିଛି । କରୋନା ପୁଣି ଚିନ୍ତା ବଢେଇଥିବାରୁ ଏବେ ରାଜ୍ଯରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠ ପଢା ପାଇଁ ବିଦ୍ଯାଳୟ  ଖୋଲିବନାହିଁ । ଏ ନେଇ ମଙ୍ଗଳବାର ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଗଣମାଧ୍ଯମକୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ସମ୍ପର୍କରେ ନୀତିଗତ ଭାବେ ନିଷ୍ପତ୍ତି ହୋଇନାହିଁ । ବଢୁଥିବା ସଂକ୍ରମଣକୁ ଦେଖି ପୁନର୍ବିଚାର କରାଯାଉଛି ।

ଗଣଶିକ୍ଷା ବିଭାଗ ପକ୍ଷରୁ ଏସଓପି ପ୍ରସ୍ତୁତ କରାଯାଉଛି । ଅଙ୍ଗନୱାଡି କେନ୍ଦ୍ର ଖୋଲିବା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ଯନ୍ତ ସ୍କୁଲ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଥିଲେ । ତେବେ କେତେ ତାରିଖରେ ସ୍କୁଲ ଖୋଲିବ ସେ ନେଇ କିଛି ଘୋଷଣା କରାଯାଇ ନ ଥିଲା । ପୂର୍ବରୁ ରାଜ୍ୟରେ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିସାରିଛି । ଗତ ୧ ତାରିଖରୁ ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟ ଖୋଲିଯାଇଛି।

Leave A Reply

Your email address will not be published.