ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଖୁବଶୀଘ୍ର ଗଡ଼ିବ ଇ-ଯାନ: ସରକାର ଯୋଗାଇଦେବେ ପ୍ରୋତ୍ସାହନ

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଗଡ଼ିବ ଇ-ଯାନ । ରାଜ୍ୟରେ ବିଦ୍ୟୁତ ଚାଳିତ ଯାନ ଉପରେ ‌ଦିଆଯିବ ଗୁରୁତ୍ୱ । ପ୍ରଦୂଷଣ ହାରକୁ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଇ-ଯାନ’ ନୀତି ଆପଣାଯାଇଛି । ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟରେ ଇ-ଯାନ ଗଡ଼ିବ  ନେଇ ଯୋଜନା ଚାଲିଛି । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି ।

ବିଦ୍ୟୁତ ଚାଳିତ ଯାନ କିଣିବା ପାଇଁ ସରକାର ପ୍ରୋତ୍ସାହନ ଯୋଗାଇଦେବେ। ବିଦ୍ୟୁତ ଚାଳିତ ଯାନ କିଣିଲେ ଲୋକଙ୍କୁ ରିହାତି ମିଳିବ । ଦୁଇ ଚକିଆ ଯାନ ପାଇଁ ୫ ହଜାର ଟଙ୍କାର ରିହାତି ଦିଆଯିବା ସହ ତିନି ଚକିଆ ଯାନ ପାଇଁ ୧୨ ହଜାର ଓ ୪ ଚକିଆ ପାଇଁ ସର୍ବାଧିକ ୧ ଲକ୍ଷ ଟଙ୍କା ରିହାତି ମିଳିବ । ସରକାରୀ ଅଫିସ୍ ଓ କମ୍ପାନି ବିଦ୍ୟୁତ ଚାଳିତ ଯାନ କିଣିଲେ ରିହାତି ଅଧିକ ମିଳିବ ବୋଲି ସୂଚନା ମିଳିଛି । ବିଦ୍ୟୁତ ଚାଳିତ ଯାନ କିଣିଲେ ରୋଡ୍ ଟ୍ୟାକ୍ସ ଓ ପଞ୍ଜିକରଣ ଫି ଛାଡ କରାଯାଇପାରେ । ବିଦ୍ୟୁତ ଚାଳିତ ଯାନ ନିର୍ମାଣକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ଏହି ସବୁ ସୁବିଧା ଯୋଗାଇଦେବେ ବୋଲି ଜଣାପଡ଼ିଛି ।

ଖବର ଅନୁଯାୟୀ, ରାଜ୍ୟରେ ଇ-ଯାନ ଚଳାଚଳ ନେଇ ପରିବହନ ବିଭାଗ ପକ୍ଷରୁ ଅଣାଯାଇଥିବା ଚିଠା ପ୍ରସ୍ତାବକୁ ଖୁବଶୀଘ୍ର କ୍ୟାବିନେଟ ଅନୁମୋଦନ ମିଳିବା ନେଇ ସୂଚନା ରହିଛି ।

Leave A Reply

Your email address will not be published.