ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକଙ୍କ ଘରେ ଇଡିର ରେଡ୍

ଭୁବନେଶ୍ୱର: ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ରେଡ୍ କରିଛି । ଭୁବନଶ୍ୱେର ବିବେକାନନ୍ଦ ମାର୍ଗ ସ୍ଥିତ ବାସଭବନରେ ଇଡି ରେଡ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଭୟକାନ୍ତ ପାଠକ ଗିରଫ ହୋଇଥିଲେ । ପୁଅ ଆକାଶ ପାଠକଙ୍କ ଆକାଉଣ୍ଟରୁ ଅଭୟଙ୍କ ଆକାଉଣ୍ଟକୁ କୋଟି କୋଟି ଟଙ୍କା ଯାଇଛି। ୮ କୋଟି ଟଙ୍କାର କାରବାର ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଖୋଳତାଡ଼ ଜାରି ରହିଛି। ଆର୍ଥିକ ଦେଣନେଣ ଉପରେ ନଜର ରହିଛି।

ଅଭୟକାନ୍ତଙ୍କୁ ଜେରା ପରେ ଏକାଧିକ ସମନ ଜାରି କରିପାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏନେଇ ନିର୍ଦ୍ଦେଶାଳୟ ପକ୍ଷରୁ ସୁଚନା ମିଳିଛି। ଠକେଇ ଅଭିଯୋଗରେ ଆଇଏଫଏସ ଅଭୟ ପାଠକ ଓ ପୁଅ ଆକାଶ ପାଠକ ଗତ ବର୍ଷ ଗିରଫ ହୋଇଥିଲେ। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାମରେ ହୋଇଥିବା ଠକେଇ ଅଭିଯୋଗରେ ଆଇଏଫ୍‌ଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ପୂର୍ବରୁ ହାଇକୋର୍ଟରୁ ଜାମିନ ମିଳିଥିଲା। ତେବେ ଅନ୍ୟ ମାମଲା ବିଚାରାଧୀନ ଥିବାରୁ ପାଠକ ବାପାପୁଅ ଜେଲରେ ଥିଲେ।

Leave A Reply

Your email address will not be published.