ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମହାରାଷ୍ଟ୍ର ରାଜନୀତି: ଏକନାଥ ସିନ୍ଦେ ମୁଖ୍ଯମନ୍ତ୍ରୀ, ଫଡ଼ନାଭିସ ଉପମୁଖ୍ଯମନ୍ତ୍ରୀ

ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ। ସିନ୍ଦେଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ଭଗତ ସିଂ କୋସିୟାରୀ। ସେହିପରି ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

ସୂଚନା ଅନୁଯାୟୀ, ନିଜକୁ ସରକାରରୁ ବାହାରେ ରଖିବେ ବୋଲି କହିଥିଲେ ଫଡନବୀଶ । ତେବେ ବିଜେପି ଜାତୀୟ ସଭାପତି ଜେ.ପି.ନଡ୍ଡା ସିନ୍ଦେଙ୍କ ସରକାରରେ ଫଡନବୀଶ ଉପମୁଖ୍ୟମନ୍ତ୍ରୀ ରହିବେ ବୋଲି ସନ୍ଧ୍ୟାରେ ଟ୍ୱିଟ୍‌ କରିଥିଲେ।

ଖବର ଅନୁଯାୟୀ, ବୁଧବାର ରାତିରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟର ନିଜର ଅଭିଭାଷଣ ରଖିବା ସହ ଉଦ୍ଧବ ଠାକରେ ଇସ୍ତଫା ଘୋଷଣା କରିଥିଲେ । ଏହା ସହିତ ମହାରାଷ୍ଟ୍ରରେ ଗତ ଅଢେଇ ବର୍ଷ ଧରି ଶାସନ କରୁଥିବା ମହାବିକାଶ ଅଘାଡି (ଏମଭିଏ) ସରକାରର ପତନ ହୋଇଥିଲା।

 

Leave A Reply

Your email address will not be published.