ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି; B ସେଟ ଭିତରେ A ସେଟର ପ୍ରଶ୍ନପତ୍ର ରହିଥିବା ଅଭିଯୋଗ

କଟକ: ମାଟ୍ରିକ ପରୀକ୍ଷା ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି । ରାଜ୍ୟର ବିଭିନ୍ନ ସ୍କୁଲ୍‌ରୁ ଆସିଛି ଏଭଳି ଅଭିଯୋଗ । ଜଗତସିଂହପୁର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍‌ର ପ୍ରଶ୍ନ ରହିଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଏପରିକି ୧୯ ନମ୍ବର ପ୍ରଶ୍ନ ନଥିବା ମଧ୍ୟ ଛାତ୍ରଛାତ୍ରୀମାନେ କହିଛନ୍ତି । ଏଥିଯୋଗୁ ଛାତ୍ରଛାତ୍ରୀମାନେ ୫୦ ବଦଳରେ ୪୯ଟି ପ୍ରଶ୍ନର ଉତ୍ତର ଦେଇଛନ୍ତି। ସେହିପରି ଢେଙ୍କାନାଳରେ ମଧ୍ୟ ପ୍ରଶ୍ନପତ୍ରରେ ତ୍ରୁଟି ହୋଇଥିବା ଖବର ଆସିଛି ।

ଅନ୍ୟପଟେ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ହୋଇଥିବା ତ୍ରୁଟିକୁ ସ୍ୱୀକାର କରିଛି ବୋର୍ଡ। ମୁଦ୍ରଣ ଜନିତ ତ୍ରୁଟି ହୋଇଥିବା କହିଛନ୍ତି ବୋର୍ଡ ସଭାପତି। କିଛି ସେଣ୍ଟରରେ ଏହି ଭଳି ତ୍ରୁଟି ହୋଇଥିବା କହିଛି ବୋର୍ଡ। ଖାତା ଦେଖା ବେଳେ ସେସବୁକୁ ଧ୍ୟାନରେ ରଖାଯିବ । ଛାତ୍ରଛାତ୍ରୀମାନେ ଚିନ୍ତିତ ନହେବାକୁ ପରାମର୍ଶ ଦେଇଛନ୍ତି ବୋର୍ଡ ସଭାପତି । ଅଳ୍ପ ଛାତ୍ରଛାତ୍ରୀ ଏଭଳି ପ୍ରଶ୍ନପତ୍ର ପାଇଥିଲେ।

ଇତିହାସ ଓ ଭୂଗୋଳ ପ୍ରଶ୍ନ ପତ୍ରରେ ଏହିଭଳି ମୁଦ୍ରଣ ଜନିତ ତ୍ରୁଟି ହୋଇଛି। B ସେଟ୍ ଭିତରେ A ସେଟ୍ ପ୍ରଶ୍ନପତ୍ର ପ୍ରିଣ୍ଟ ହୋଇଥିଲା । ଏହି ଘଟଣାର ତଦନ୍ତ କରାଯିବ। ଏଭଳି ତ୍ରୁଟି ପୁନର୍ବାର ହେବ ନାହିଁ ବୋଲି ବୋର୍ଡ ସଭାପତି ରାମଶିଷ ହାଜରା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.