ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆନନ୍ଦପୁରଠାରେ ବୈତରଣୀ ବିପଦ ସଂକେତ ଉପରେ ବନ୍ୟାଜଳ ପ୍ରବାହିତ, ମଧ୍ୟମ ଧରଣର ବନ୍ୟା ଆଶଙ୍କା- ଏସଆରସି

ଭୁବନେଶ୍ୱର: ବାତ୍ୟା ୟସ୍ ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଫଳରେ ବୈତରଣୀ ନଦୀ ଫୁଲୁଛି । ଜଳସ୍ତର ବଢ଼ିବାରେ ଲାଗିଛି । ବର୍ତ୍ତମାନ ଆଖୁଆପଦାଠାରେ ଜଳସ୍ତର ବିପଦ ସଙ୍କେତ ଟପିଛି। ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ଏ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ଆନନ୍ଦପୁରଠାରେ ଜଳସ୍ତର ରହିଛି ୩୯ ମିଟର।


ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପରେ ନଜର ରଖାଯାଇଛି। ବୈତରଣୀରେ ବନ୍ୟା ଆସିଲେ ଭଦ୍ରକ, କେନ୍ଦୁଝର ଓ ଯାଜପୁର ଜିଲ୍ଲା ପ୍ରଭାବିତ ହୋଇପାରେ। ଏସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ତଳି ଅଞ୍ଚଳରେ ପାଣି ପଶିପାରେ। ଆବଶ୍ୟକ ହେଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖାରେ ବିପଦ ସଙ୍କେତ ତଳେ ଜଳ ପ୍ରଭାବିତ ହେଉଛି। ସାଳନ୍ଦୀ ରେ ବି ଜଳସ୍ତର କମ ରହିଛି।

Leave A Reply

Your email address will not be published.