ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭାରତର ସ୍ବର ପାଇଁ ଲଢେଇ କରୁଛି, ଧମକାଇ ଚୁପ୍ କରି ପାରିବ ନାହିଁ : ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଗୋଟିଏ ଦିନ ପରେ ଶୁକ୍ରବାର ତାଙ୍କର ସଦସ୍ୟତା ପଦ ରଦ୍ଦ କରାଯାଇଛି।  ସାଂସଦ ପଦ ରଦ୍ଦ ପରେ ରାହୁଲ ଗାନ୍ଧୀଙ୍କ ପ୍ରେସମିଟ୍‌ । ସେ କହିଛନ୍ତି, ମୁଁ ଭାରତର ସ୍ବର ପାଇଁ ଲଢେଇ କରୁଛି। ଏଥିପାଇଁ ସବୁ ପ୍ରକାରର ମୂଲ୍ୟ ଦେବାକୁ ମୁଁ ପ୍ରସ୍ତୁତ। ଆଦାନୀ ଓ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବନ୍ଧୁତା ବେସ୍ ପୁରୁଣା । ମୁଁ ପ୍ରମାଣ ସହ ଲୋକସଭାରେ ଏହି କଥା ରଖିଥିଲି । ଏୟାରପୋର୍ଟ୍ ଆଦାନୀଙ୍କୁ ନିୟମ ବଦଳାଇ ଦିଆଯାଇଥିଲା। ଏହି ବାବଦରେ ମୁଁ ପ୍ରମାଣ ମଧ୍ୟ ଲୋକସଭା ବାଚସ୍ପତିଙ୍କୁ ଦେଇଥିଲି । ଏହାପରେ ସଂସଦରେ ମୋ ବାବଦରେ ମନ୍ତ୍ରୀମାନେ ମିଛ କହିଥିଲେ । କୁହାଯାଇଥିଲା ଯେ, ମୁଁ ବିଦେଶୀ ମାଟିରେ ବିଦେଶୀ ଦେଶଙ୍କଠାରୁ ସାହାଯ୍ଯ ମାଗିଥିଲି ।

ମୁଁ ଏ ବାବଦରେ ବାଚସ୍ପତିଙ୍କୁ ପତ୍ର ଲେଖିଥିଲି । ମୁଁ ଲେଖିଥିଲି ଯେ, ଜଣକ ବିଷୟରେ ଯେତେବେଳେ ଆରୋପ ଲଗାଯାଏ ସେତେବେଳେ ତାଙ୍କୁ କହିବାର ସୁଯୋଗ ଦେବା ଆବଶ୍ୟକ । ବାରମ୍ବାର ଚିଠି ଲେଖିବା ପରେ ମଧ୍ୟ ମୋତେ ଉତ୍ତର ମିଳିନଥିଲା । ଏହାପରେ ମୁଁ ବାଚସ୍ପତିଙ୍କ ଅଫିସ ଯାଇ ତାଙ୍କୁ ଦେଖା କରିଥିଲି । ମୁଁ ତାଙ୍କୁ ପଚାରିଥିଲି ଯେ, ମୋତେ କହିବା ପାଇଁ ସୁଯୋଗ କାହିଁକି ମିଳୁନାହିଁ। ଉତ୍ତରରେ ସ୍ପିକର ହସିଥିଲେ ଓ କହିଥିଲେ ମୁଁ ସୁଯୋଗ ଦେଇ ପାରିବି ନାହିଁ। ତା ପରେ ଯାହା ହୋଇଥିଲା ଆପଣମାନେ ଜାଣିଛନ୍ତି । ମୁଁ କିନ୍ତୁ ପ୍ରଶ୍ନ ପଚାରିବା ଜାରି ରଖିବି । ୨୦ ହଜାର କୋଟି ଟଙ୍କା ଆଦାନୀଙ୍କ ସେଲ୍ କମ୍ପାନୀରେ ଅଛି। ଏହି ଟଙ୍କା କେଉଁଠୁ ଆସିଲା ଓ ଏହା କାହାର ଟଙ୍କା । ଜଣେ ଚାଇନା ବ୍ୟକ୍ତି ଏଥିରେ ସାମିଲ ଅଛନ୍ତି। କ’ଣ ପାଇଁ କେହି ସେହି ଚୀନ ବ୍ୟକ୍ତି କିଏ କାହିଁକି କିଛି କୁହାଯାଉନାହିଁ ବୋଲି ପ୍ରେସମିଟରେ କହିଛନ୍ତି ରାହୁଲ ଗାନ୍ଧୀ ।

Leave A Reply

Your email address will not be published.