ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଗାନ୍ଧୀ ଜୟନ୍ତୀ

ନୂଆଦିଲ୍ଲୀ: ଆଜି ହେଉଛି ଜାତିର ପିତା ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରାକରଙ୍କୁ ତଡ଼ି ସ୍ୱାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ ।

ତାଙ୍କ ନେତୃତ୍ୱରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା। ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଆଜିର ଦିନରେ ଅକ୍ଟୋବର ୨ତାରିଖ ୧୯୦୪ ମସିହାରେ ଜନ୍ମଗ୍ରହଣ କରିଥିଲେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଏହି ଦୁଇ ମହାପୁରୁଷଙ୍କୁ ଜନ୍ମ ଜୟନ୍ତୀରେ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଉଛି ଭାରତ।

Leave A Reply

Your email address will not be published.