ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ଟାଙ୍କି: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ନୟାଗଡ଼: ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବିରିଡିହ ଗାଁରେ ଅଭାବନୀୟ ଘଟଣା ଘଟିଛି। ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ଟାଙ୍କି । ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ହୋଇଛନ୍ତି । ସ୍ତ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ଗୁରୁତର ହୋଇଛନ୍ତି ସ୍ୱାମୀ । ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ  ଉଦ୍ଧାର କରାଯାଇ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତେବେ କେମିତି ଗ୍ୟାସ୍ ଟାଙ୍କି ଫାଟିଲା ତାହା ଅସ୍ପଷ୍ଟ ରହିଛି । ଏହି ଘଟଣା ପରେ ବିରିଡିହ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Leave A Reply

Your email address will not be published.