ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗାୟତ୍ରୀବାଳା ପଣ୍ଡା ପାଇବେ ‘ମହୁରି ସମ୍ମାନ-୨୦୨୧’

ଭୁବନେଶ୍ବର: ଓଡ଼ିଆ ସାହିତ୍ୟର ସମ୍ଭ୍ରାନ୍ତ ସାହିତ୍ୟ ପତ୍ରିକା ‘ମହୁରି’ ପକ୍ଷରୁ ଚଳିତବର୍ଷର ମହୁରି ସମ୍ମାନ ଘୋଷଣା କରାଯାଇଛି । ଚଳିତବର୍ଷ ଏହି ସମ୍ମାନ ପାଇବେ କବୟତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା । ପ୍ରତିବର୍ଷ ମହୁରିରେ ଲେଖାଲେଖି କରୁଥିବା ଜଣେ ସାହିତ୍ୟିକଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଥାଏ । ଚଳିତବର୍ଷ ଡ. ପଣ୍ଡାଙ୍କ ନାମ ଚୟନ କମିଟି ସୁପାରିଶ କରିଛି । ଏନେଇ ଘୋଷଣା କରିବା ସହିତ ଆସନ୍ତା ଜାନୁଆରୀ-୨୦୨୨ରେ ମହୁରି ମହୋତ୍ସବ-୨୦୨୧ରେ ତାଙ୍କୁ ସମ୍ମାନିତ କରାଯିବ ବୋଲି ମୁଖ୍ୟ ସମ୍ପାଦକ ଡ. ଭବାନୀଶଙ୍କର ନିଆଲ ଘୋଷଣା କରିଛନ୍ତି ।

ଗତ ୨୦୦୮ରୁ ନିୟମିତ ପ୍ରକାଶ ପାଇଆସୁଥିବା ଷାଣ୍ମାସିକ ସାହିତ୍ୟ ପତ୍ରିକା ‘ମହୁରି’ ପକ୍ଷରୁ ବିଗତ ବର୍ଷରେ ଲେଖକ ବିଷ୍ଣୁପଦ ସେଠୀ, ଗାଳ୍ପିକ ଓ ଔପନ୍ୟାସିକ ସତ୍ୟପ୍ରିୟ ମହାଳିକ, କବି ସୁଚେତା ମିଶ୍ର, ଗଦ୍ୟ ସାହିତ୍ୟର ବିଶିଷ୍ଟ ବିନ୍ଧାଣୀ ପ୍ରଫେସର ଆଦିକନ୍ଦ ସାହୁ, ପ୍ରାବନ୍ଧିକ ଚନ୍ଦ୍ରଶେଖର ହୋତା, କବି ଡ଼. ସୁରେଶ ନାୟକ ଓ କବି ଲକ୍ଷ୍ମୀନାରାୟଣ ହୋତା ଏହି ସମ୍ମାନରେ ସମ୍ମାନିତ ହୋଇସାରିଛନ୍ତି ।

ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନରେ ପିଏଚଡି ହାସଲ କରିଥିବା ଡ. ପଣ୍ଡା ସାମ୍ବାଦିକତାକୁ ନିଜର ବୃତ୍ତିଭାବରେ ଗ୍ରହଣ କରିଛନ୍ତି । ଏଯାବତ୍ ତାଙ୍କର ୧୧ଟି କବିତା ସଂକଳନ, ୨ଟି ଗଳ୍ପ ସଂକଳନ, ଖଣ୍ଡିଏ ପ୍ରବନ୍ଧ ପୁସ୍ତକ, ୨ଟି ଉପନ୍ୟାସ ପ୍ରକାଶ ପାଇଛି । ହିନ୍ଦୀରେ ଅନୁବାଦ ହୋଇଥିବା ୪ଟି ଓ ଇଂରାଜୀରେ ଅନୁବାଦ ହୋଇଥିବା ଖଣ୍ଡିଏ କବିତା ସଂକଳନ ମଧ୍ୟ ପ୍ରକାଶ ପାଇଛି । ୨୦୧୧ ରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇବା ସହିତ ଶ୍ରୀମତୀ ପଣ୍ଡା ଅନେକ ଜାତୀୟ ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଛନ୍ତି । ୨୦୧୫ରେ ଅତିଥି ଲେଖକ ଭାବରେ ରାଷ୍ଟ୍ରପତି ଭବନରେ ୧୭ ଦିନ ଅବସ୍ଥାନ କରିଥିଲେ। ଏହି ସମ୍ମାନ ପାଇବାରେ ସେ ପ୍ରଥମ ଓ ଏକମାତ୍ର ଓଡିଆ । ତାଙ୍କ କବିତାରେ ଥିବା ପ୍ରଖର ଓ ପ୍ରାସଙ୍ଗିକ ବାମାବାଦୀ ସ୍ବର ନିମନ୍ତେ ଚଳିତବର୍ଷ ତାଙ୍କୁ ସମ୍ମାନଜନକ ‘ମହୁରି ସମ୍ମାନ’ ପ୍ରଦାନ କରାଯାଉଛି।

Leave A Reply

Your email address will not be published.