ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସରକାରୀ ବାସଭବନରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପାର୍ଥିବ ଶରୀରକୁ ଗାର୍ଡ ଅଫ୍ ଅନର ପ୍ରଦାନ

ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପାର୍ଥିବ ଶରୀରକୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।  ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଗାର୍ଡ ଅଫ୍ ଅନର ଦିଆଯାଇଛି। ଏହା ପରେ ତାଙ୍କ ପାର୍ଥିବ ଶରୀରକୁ ବିଜେଡି କାର୍ଯ୍ଯାଳୟକୁ ନିଆଯାଇଛି। କାର୍ଯ୍ଯାଳୟରେ ଦଳୀୟ ସମର୍ଥକ ଓ ଶୁଭେଚ୍ଛୁ ଶେଷ ଦର୍ଶନ କରିଥିଲେ। ଏହାପରେ ତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡା ନିଆଯିବ।  ଝାରସୁଗୁଡାରେ ଶେଷ ଦର୍ଶନ ପରେ ଅନ୍ତିମ ସଂସ୍କାର କରାଯିବ।

ଏହାପୂର୍ବରୁ, ଭୁବନେଶ୍ବର ସରକାରୀ ବାସଭବନରେ ପହଞ୍ଚି ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ଏଥିସହ ତାଙ୍କ ପରିବାର ସଦସ୍ୟଙ୍କୁ ସାନ୍ତ୍ୱନା ଦେଇଥିଲେ। ସେହିପରି ରାଜ୍ୟପାଳ ମଧ୍ଯ ପହଞ୍ଚି ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏଥିସହ ଅନେକ ନେତା ଓ ତାଙ୍କର ଅନେକ ଶୁଭେଚ୍ଛୁ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Leave A Reply

Your email address will not be published.