ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଖୁସି ଖବର, ୧୧% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର : ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।

ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା । ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଏହି ବର୍ଦ୍ଦିତ ଭତ୍ତା ଘୋଷଣା କରିଛନ୍ତି ।ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ ପିଛିଲା ଭାବରେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

Leave A Reply

Your email address will not be published.