ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ଗୃହ ନିର୍ମାଣ ଋଣ ସହାୟତା ପରିମାଣ, ୮ ପ୍ରତିଶତ ସୁଧରେ ପାଇବେ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ

ଭୁବନେଶ୍ବର:  ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।

ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା । ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।

Leave A Reply

Your email address will not be published.