ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ବନ୍ଦ ହେବନି ସରକାରୀ ସ୍କୁଲ୍‌ : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ କରୋନା ପାଇଁ ବନ୍ଦ ହେବନି ସ୍କୁଲ ।ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇନି। ଯାହା ହୋଇଛି ଘରୋଇ ଶିକ୍ଷାନୁଷ୍ଠାନରେ ହୋଇଛି । ତେଣୁ ନବମ ଏବଂ ଏକାଦଶ କ୍ଲାସ ବନ୍ଦ ହେବ ନାହିଁ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।ଆସନ୍ତା ୩୦ ତାରିଖରେ ସେମାନଙ୍କର ଅଭ୍ୟାସ ପରୀକ୍ଷା ଅଛି। ରାଜ୍ୟ ସରକାର ସମସ୍ତ ଏସ୍ଓପି ମାନି କ୍ଲାସ ଚଳାଇଛନ୍ତି। ତେଣୁ ସ୍କୁଲ ବନ୍ଦ ହେବ ନାହିଁ ।

ରାଜ୍ୟରକିଛି ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବାକୁ ସରକାରୀ ଯୋଜନା ପ୍ରସ୍ତୁତ କରୁଥିବା ଚର୍ଚ୍ଚା ହେଉଥିଲା। ଏନେଇ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି , କୋଭିଡ୍ ପାଇଁ ରାଜ୍ୟରେ ଏବେ ନବମ ଏବଂ ଏକାଦଶ ଶ୍ରେଣୀର କ୍ଲାସ ବନ୍ଦ ହେବ ନାହିଁ । ଏବେ ରାଜ୍ୟର କେବଳ କିଛି ବେସରକାରୀ ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସରକାରୀ ଶିକ୍ଷାନୁଷ୍ଠାନରେ କିନ୍ତୁ ଏସଓପିକୁ ପାଳନ କରାଯାଇ କ୍ଲାସ ହେଉଛି । ସରକାରୀ ଶିକ୍ଷାନୁଷ୍ଠାନରୁ ଏଯାବତ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ତେଣୁ ସରକାରୀ ସ୍କୁଲକୁ ବନ୍ଦ କରିବାକୁ ଏଯାଏଁ କୌଣସି ନିଷ୍ପତ୍ତି ହୋଇନି । ଏଥିସହିତ ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବା ସହିତ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ଅନ୍ୟପଟେ  ସ୍କୁଲ ବନ୍ଦ ନ କରିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତିକୁ ଓଷ୍ଟା ସାଧାରଣ ସମ୍ପାଦକ ପ୍ରକାଶ ମହାନ୍ତି ସ୍ବାଗତ କରିଛନ୍ତି। ସେ କହିଛନ୍ତି ସରକାରୀ ସ୍କୁଲରେ ନିରାପଦରେ ପାଠ ପଢୁଛନ୍ତି। ଏବେ ସେମିତି ଛାନିଆ ହେବାର ସମୟ ଆସିନି। ଏପ୍ରିଲ ୧୫ ପରେ ସ୍ଥିତିକୁ ଦେଖି କରନା ଓ ଖରାକୁ ଦୃଷ୍ଟିରେ ରଖି ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯାଉ ବୋଲି ସେ କହିଛନ୍ତି।

Leave A Reply

Your email address will not be published.