ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଡାକ୍ତରୀ ପାଠ ପାଇଁ ବଡ଼ ଘୋଷଣା : ବେସରକାରୀ ମେଡିକାଲ କଲେଜରେ ଅଧା ସିଟ୍‌ ପାଇଁ ଲାଗୁ ହେବ ସରକାରୀ ଫିସ୍‌

ନୂଆଦିଲ୍ଲୀ: ଡାକ୍ତରୀ ଛାତ୍ରଙ୍କ ସ୍ୱାର୍ଥରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ କହିବାନୁସାରେ, ବର୍ତ୍ତମାନ ବେସରକାରୀ ମେଡିକାଲ କଲେଜଗୁଡ଼ିକରେ ଅଧା ଆସନ ସରକାରୀ ମେଡିକାଲ କଲେଜ ପିସ୍‌ ପରି ସମାନ ଫିସକୁ ଦେବାକୁ ହେବ। ମେଡ଼ିକାଲ କଲେଜରେ ନାମଲେଖା ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏହି ବଡ଼ ଘୋଷଣା କରିଛନ୍ତି। ଘରୋଇ ମେଡ଼ିକାଲ କଲେଜରେ ନାମଲେଖା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରି କହିଛନ୍ତି ଯେ ଘରୋଇ ମେଡ଼ିକାଲ କଲେଜରେ ଅଧା ସିଟରେ ଫି’ କମ ରହିବ। ଅଧା ସିଟ ଫି’ ସରକାରୀ ମେଡ଼ିକାଲ କଲେଜ ଫି’ ସହ ସମାନ ରହିବ। ତା’ଠାରୁ ଅଧିକ ଫି’ ଘରୋଇ ମେଡ଼ିକାଲ କଲେଜ ନେଇପାରିବେ ନାହିଁ। ଏହାଦ୍ବାରା ଗରିବ ଓ ମଧ୍ୟ ବର୍ଗ ଛାତ୍ରଛାତ୍ରୀ ଉପକୃତ ହେବେ ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜନ ଔଷଧି କେନ୍ଦ୍ରର ମାଲିକ ଏବଂ ହିତାଧିକାରୀମାନଙ୍କ ସହିତ କଥା ହୋଇଛନ୍ତି । ଜେନେରିକ ଔଷଧର ବ୍ୟବହାର ଏବଂ ଜନଔଷଧି ପରିଯୋଜନାର ଲାଭ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ମାର୍ଚ୍ଚ ପହିଲା ଠାରୁ ସାରା ଦେଶରେ ଜନ ଔଷଧି ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ଯେ କିଛି ସପ୍ତାହ ପୂର୍ବରୁ, ସରକାର ଆଉ ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ଗରିବ ଓ ମଧ୍ୟବିତ୍ତ ପରିବାରର ପିଲାମାନଙ୍କୁ ଲାଭାନ୍ୱିତ କରିବ । ଘରୋଇ ମେଡ଼ିକାଲ କଲେଜର ଅଧା ସିଟ୍‌ରେ ସରକାରୀ ମେଡ଼ିକାଲ କଲେଜ ଭଳି ଖର୍ଚ୍ଚରେ ଶିକ୍ଷାଦାନ କରିବାକୁ ଆମେ ନିଷ୍ପତ୍ତି ନେଇଛୁ ବୋଲି ସେ ସୂଚନା ଦେଇଥିଲେ ।

ସମାରୋହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଜନ ଔଷଧି କେନ୍ଦ୍ର କେବଳ ଶରୀର ପାଇଁ ଔଷଧ କେନ୍ଦ୍ର ହୋଇ ରହିନାହିଁ, ବରଂ ଏହା ଜନସାଧାରଣଙ୍କ ମାନସିକ ଚାପ ଦୂର କରିବାର କେନ୍ଦ୍ରରେ ପରିଣତ ହୋଇଛି । ଲୋକମାନଙ୍କ ଅର୍ଥ ସଞ୍ଚୟ କରିବା ମାଧ୍ୟମରେ ଏହି କେନ୍ଦ୍ର ସେମାନଙ୍କ ପାଇଁ ଆଶ୍ୱସ୍ତି ଆଣି ଦେଇଛି । ଏହି ଯୋଜନାର ଲାଭ ସମାଜର ସବୁ ବର୍ଗ ଏବଂ ଦେଶର କୋଣ ଅନୁକୋଣରେ ପହଞ୍ଚି ପାରିଥିବାରୁ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ । ୨୧ କୋଟିରୁ ଅଧିକ ସାନିଟାରୀ ନାପକିନ୍ ବିକ୍ରି ହେବା ଏହା ଦର୍ଶାଉଛି ଯେ ଜନ ଔଷଧି କେନ୍ଦ୍ରଗୁଡ଼ିକ ସାରା ଦେଶରେ ମହିଳାମାନଙ୍କ ଜୀବନକୁ ସହଜ କରିଛି ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏବେ ସୁଦ୍ଧା ସାରା ଦେଶରେ ୮ ହଜାର ୫୦୦ ଜନ ଔଷଧି କେନ୍ଦ୍ର ଖୋଲା ଯାଇ ସାରିଛି। ସେ କହିଥିଲେ ଯେ କର୍କଟ, ଯକ୍ଷ୍ମା, ମଧୁମେହ, ହୃଦରୋଗ ଭଳି ରୋଗର ଚିକିତ୍ସା ପାଇଁ ଆବଶ୍ୟକ ୮୦୦ରୁ ଅଧିକ ଔଷଧର ଦର ସରକାର ନିୟନ୍ତ୍ରଣ କରିଛନ୍ତି । ସରକାର ଷ୍ଟଣ୍ଟିଂ ଦର କମାଇବା ଲାଗି ପଦକ୍ଷେପ ନେଇଛନ୍ତି ଯାହାଫଳରେ ଆଣ୍ଠୁ ପ୍ରତିରୋପଣ ଖର୍ଚ୍ଚ ନିୟନ୍ତ୍ରଣରେ ରହିଛି । ନାଗରିକମାନଙ୍କ ପାଇଁ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ସେ ତଥ୍ୟ ଦେଇଥିଲେ। ସେ ସୂଚନା ଦେଇଥିଲେ ଯେ, ଏବେ ସୁଦ୍ଧା ୫୦ କୋଟିରୁ ଅଧିକ ଲୋକଙ୍କୁ ଆୟୁଷ୍ମାନ ଭାରତ ଯୋଜନା ଅଧୀନକୁ ଅଣାଯାଇସାରିଛି । ୩ କୋଟିରୁ ଅଧିକ ଲୋକ ଏହି ଯୋଜନାର ଲାଭ ପାଇସାରିଛନ୍ତି । ଏହାଦ୍ୱାରା ଗରିବ ଓ ମଧ୍ୟବିତ୍ତ ଲୋକମାନଙ୍କର ୭୦ ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ସଞ୍ଚୟ ହୋଇପାରିଛି । ପ୍ରଧାନମନ୍ତ୍ରୀ ଜାତୀୟ ଡାଏଲିସିସ କାର୍ୟ୍ୟକ୍ରମ ଜରିଆରେ ୫୫୦ କୋଟି ଟଙ୍କା ସଞ୍ଚୟ ହୋଇପାରିଛି । ଆଣ୍ଠୁ ପ୍ରତିରୋପଣ ଏବଂ ଔଷଧ ଖର୍ଚ୍ଚ ନିୟନ୍ତ୍ରଣ କରିବା ଲାଗି ୧୩ ହଜାର କୋଟି ଟଙ୍କା ସଞ୍ଚୟ ହୋଇପାରିଛି ।

Leave A Reply

Your email address will not be published.