ବାତ୍ୟା ମୁକାବିଲା: ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କଲେ ରାଜ୍ୟସରକାର

ଭୁବନେଶ୍ଵର: ବାତ୍ୟା ୟାଶ’ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହାକୁ ଦୃଷ୍ଟିରେ ସରକାର ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦେଇଛନ୍ତି। ଏ ନେଇନ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। କେହି ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। ବାତ୍ୟା ଦ୍ବାରା ପ୍ରଭାବିତ ହେବାକୁ ଥିବା ଜିଲାକୁ ସଜାଗ ରହିବାକୁ କୁହାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି। ଜିଲା ପ୍ରଶାସନ ସହ ମିଶି କାମ କରାଯିବ। ବାତ୍ୟା ପାଇଁ ୨୪ ଘଣ୍ଟିଆ କଂଟ୍ରୋଲ ରୁମ୍ ଖୋଲାଯାଇଛି। ପୂର୍ବରୁ ଅନେକ ବାତ୍ୟାର ଅନୁଭୂତି ରହିଛି। ସେହି ଅନୁଭୂତିକୁ ଆଧାର କରି ଏହି ବାତ୍ୟାର ମୁକାବିଲା କରାଯିବ।