ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖୋଲିବ ଅଭିଯୋଗ ପ୍ରକୋଷ୍ଠ: ସୋମବାରଠାରୁ ସବୁ ସରକାରୀ କାର୍ଯ୍ଯାଳୟରେ ହେବ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଦୁଇ ବର୍ଷ ପରେ ପୁଣି ଥରେ ଖୋଲିବ ଅଭିଯୋଗ ପ୍ରକୋଷ୍ଠ । ଆସନ୍ତା ୧୮ ତାରିଖରୁ ସବୁ ସରକାରୀ କାର୍ଯ୍ଯାଳୟରେ ହେବ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି । ପୂର୍ବ ପରି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗର ଶୁଣାଣି କରାଯିବ । ଏନେଇ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ସବୁ ବିଭାଗୀୟ ମୁଖ୍ୟ, ପୁଲିସ ମହାନିର୍ଦ୍ଦେଶକ, ଜିଲ୍ଲାପାଳ ଓ ଏସପିଙ୍କୁ ଅବଗତ କରିଛନ୍ତି । ୨୦୨୦ ମାର୍ଚ୍ଚ ୧୩ ତାରିଖରୁ କରୋନା ସଂକ୍ରମଣ ଦୃଷ୍ଟିରୁ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ବନ୍ଦ କରାଯାଇଥିଲା ।

ଏହି ସମୟରେ ଜନଶୁଣାଣି ପୋର୍ଟାଲରେ ଅନଲାଇନରେ ଅଭିଯୋଗର ଶୁଣାଣି ହେଉଥିଲା । ଏବେ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ପାଇଁ ସାଧାରଣ ଲୋକେ ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଓ କୃଷି ଭବନକୁ ପ୍ରବେଶ କରିବାକୁ ଅନୁମତି ପାଇବେ । ସେନେଇ ଗୃହ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯିବ । ଜିଲ୍ଲା ସ୍ତରରେ ଜିଲ୍ଲାପାଳମାନେ ଅଭିଯୋଗ ଶୁଣାଣି ନେଇ ଆଗୁଆ ପ୍ରଚାର କରିବେ । ଅଭିଯୋଗ ଶୁଣାଣି ସ୍ଥାନରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.