ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗଣେଶ ପୂଜା ମଣ୍ଡପ ସ୍ଥାନକୁ ନେଇ ଗୋଷ୍ଠୀ ସଂଘର୍ଷ, ସ୍ଥାନୀୟ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି

ଭଦ୍ରକ: ଗଣେଶ ପୂଜା ମଣ୍ଡପ ସ୍ଥାନକୁ ନେଇ ଗୋଷ୍ଠୀ ସଂଘର୍ଷ । ଉଭୟ ପକ୍ଷରୁ ଥାନାରେ ଅଭିଯୋଗ । ପରିସ୍ଥିତି ନିୟନ୍ତ୍ରଣ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି । ଭଦ୍ରକ ଜିଲ୍ଲା ଧାମନଗର ଥାନା ସୋହଡା ପଂଚାୟତର ବେଦପୁର ଗାଁରେ ଘଟଣା । ଗତକାଲି ମଧ୍ୟ ରାତ୍ରରୁ ଆସନ୍ତା ୨ ତାରିଖ ସାନ୍ଧ୍ୟ ପର୍ଯ୍ୟନ୍ତ ୧୪୪ ଧାରା ଜାରି କଲେ ଧାମନଗର ତହସିଲଦାର ।

ସୂଚନା ଅନୁସାରେ, ଗତକାଲି ବେଦପୁର ଗ୍ରାମର କ୍ଲବ ପାଖରେ ଅନ୍ୟ ଗୋଷ୍ଠିର କିଛି ଯୁବକ ଗଣେଶ ପୂଜା କରିବା ପାଇଁ ପୂଜା ମଣ୍ଡପ ନିର୍ମାଣ କରିବାକୁ ଆସିଥିଲେ । ଏହାକୁ ବିରୋଧ କରିଥିଲେ କ୍ଲବର ଯୁବକ ମାନେ । ଫଳରେ ଏହାକୁ ନେଇ ସେଠାରେ ଗଣ୍ଡଗୋଳ ହୋଇଥିଲା । ଏପରିକି ଦୁଇ ଦଳ ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ ହୋଇଥିଲା । ଖବର ପାଇ ପୋଲିସ ଏବଂ ତହସିଲଦାର ପହଂଚି ଥିଲା ବେଳେ ସେମାନଙ୍କ ଉପସ୍ଥିତିରେ ମଧ୍ୟ ଗଣ୍ଡଗୋଳ ହୋଇଥିଲା । ତେଣୁ ତହସିଲଦାର ଭଦ୍ରକ ଉପଜିଲ୍ଲାପାଳଙ୍କୁ ଜଣାଇବା ପରେ ସେଠାରେ ୧୪୪ ଧାରା ଜାରି କରାଯିବ ସହିତ ପୋଲିସ ମୁତୟନ କରାଯାଇଛି ।

Leave A Reply

Your email address will not be published.