ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ୨ ମହିଳା ମାଓବାଦୀ ନିହତ

ବଲାଙ୍ଗିର : ଗନ୍ଧମାର୍ଦ୍ଧନ ପାହାଡ଼ ନିକଟରେ ପୁଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି । ଏଥିରେ ଦୁଇ ମହିଳା ମାଓବାଦୀ ନିହତ ହୋଇଛନ୍ତି । ସେମାନଙ୍କ ଠାରୁ ବନ୍ଧୁକ ଓ ମାଓ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି । ସୂଚନା ଅନୁସାରେ ଆଜି ସକାଳେ ଏସଓଜି ଓ ଡିଭିଏଫ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ତେବେ ବର୍ତ୍ତମାନ ସୁଦ୍ଧା ପୁଲିସର ସର୍ଚ୍ଚ ଅପୋରେସନ ଜାରି ରହିଛି।

Leave A Reply

Your email address will not be published.