ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ନବଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ବର: ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ଘଟଣା । ଏହି ଗୁଳିମାଡ଼ ଘଟଣାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ମନ୍ତ୍ରୀ ନବ ଦାସଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମବ୍ରାଞ୍ଚର ବରିଷ୍ଠ ଅଧିକାରୀଙ୍କୁ ଘଟଣା ସ୍ଥଳକୁ ଯାଇ ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପୁଲିସ କର୍ମୀ ଗୁଳିମାଡ କରିଛନ୍ତି । ଗୁଳିମାଡ ନେଇ ଏସଡିପିଓ ସ୍ପଷ୍ଟ କରିଛନ୍ତି । ବ୍ରଜରାଜନଗର ଏସଡିପିଓ କହିଥିଲେ ଯେ, ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି। କିନ୍ତୁ କାହିଁକି ମନ୍ତ୍ରୀଙ୍କୁ ଗୁଳିମାଡ କଲା ତାହା ଜଣାପଡିନାହିଁ  ।

ସୂଚନା ଅନୁଯାୟୀ, ନବ ଦାସ ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଏହି ଗୁଳିମାଡ ହୋଇଥିଲା । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିଲା। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଥିଲା। ଗୁଳିମାଡ ପରେ ସେ ଅଚେତ ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ରହିଛି। ତାଙ୍କ ଅବସ୍ଥା ଗରୁତର ରହିଥିବାରୁ ଅଧିକ ଚିକିତ୍ସା ପାଇଁ ଝାରସୁଗୁଡାରୁ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଉଛି।

Leave A Reply

Your email address will not be published.