ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ତାତିରେ ସିଝୁଛି ରାଜ୍ୟର ଅଧା ସହର; ୪୩.୫ ଡିଗ୍ରି ସହ ସୋନପୁର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଡେଉଁଛି ପାରଦ । ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ । ସୋନପୁର ହୋଇଛି ରାଜ୍ୟର ସବୁଠୁ ଉତପ୍ତ ସହର । ୪୩.୫ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ସୋନପୁର ରାଜ୍ୟରେ ଆଜି ସବୁଠାରୁ ଉତ୍ତପ୍ତ ସହର ହୋଇଛି । ରାଜ୍ୟର ୧୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ବଲାଙ୍ଗୀର ୪୩ ଡିଗ୍ରୀ, ବାରିପଦା ୪୧.୮, ଝାରସୁଗୁଡା ୪୨.୬ ଡିଗ୍ରୀ ଓ ବୌଦ୍ଧର ତାପମାତ୍ରା ୪୨.୬ ଡିଗ୍ରୀ ସେଲିସିୟସ ରେକର୍ଡ କରାଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ବାଲେଶ୍ୱରରେ ୩୮.୨ ଡିଗ୍ରୀ, ଚାନ୍ଦବାଲିରେ ୩୯.୦ ଡିଗ୍ରୀ, କଟକରେ ୩୮.୦ ଡିଗ୍ରୀ, ପାରାଦୀପରେ ୩୧.୯ ଡିଗ୍ରୀ, ଭୁବନେଶ୍ୱରରେ ୩୮.୧ ଡିଗ୍ରୀ, ଗୋପାଳପୁରରେ ୨୯.୯ ଡିଗ୍ରୀ, ପୁରୀରେ ୩୨.୨ ଡିଗ୍ରୀ, ଅନୁଗୋଳରେ ୪୨.୭ ଡିଗ୍ରୀ, ବାରିପଦାରେ ୪୧.୮ ଡିଗ୍ରୀ, ଝାରସୁଗୁଡ଼ାରେ ୪୨.୬ ଡିଗ୍ରୀ, କେନ୍ଦୁଝରଗଡ଼ରେ ୪୦.୧, ସୁନ୍ଦରଗଡ଼ରେ ୪୨.୫ ଡିଗ୍ରୀ ଓ ହୀରାକୁଦରେ ଦିନର ତାପମାତ୍ର ୪୦.୩ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି।

Leave A Reply

Your email address will not be published.