ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ତତଲା କଡେଇରେ ସିଝୁଛି ଓଡ଼ିଶା, ଆସନ୍ତାକାଲି ୫ଟି ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ଆଜି ଦୁଇଟି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରି ଟପିଛି। ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ ଜିଲ୍ଲା ହୋଇଛି। ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୦.୬ ଡିଗ୍ରି ରେକର୍ଡ କରାଯାଇଛି। ସେହିପରି ବୌଦ୍ଧ ଜିଲ୍ଲାରେ ୪୦ ଡିଗ୍ରି ରେକର୍ଡ କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ବାଲେଶ୍ୱରରେ ତାପମାତ୍ରା ୩୨.୬ ଡିଗ୍ରି ରେକର୍ଡ କରାଯାଇଛି। ସେହିପରି ଚାନ୍ଦବାଲିରେ ୩୫.୨, କଟକରେ ୩୭.୮, ପାରାଦୀପରେ ୩୨.୨, ଭୁବନେଶ୍ୱରରେ ୩୬.୨, ଗୋପାଳପୁରରେ ୩୧.୦, ପୁରୀରେ ୩୨.୬, ଅନୁଗୁଳରେ ୩୮.୭, ବାରିପଦାରେ ୩୭.୫, ଝାରସୁଗୁଡ଼ାରେ ୩୯.୨, କେନ୍ଦୁଝରରେ ୩୬.୭ ଡିଗ୍ରି ତାପାମାତ୍ରା ରେକର୍ଡ ହୋଇଛି।

ସେପଟେ ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ୭ଟି ଜିଳ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୟାଗଡ଼ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ୫ଟି ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ସୋନପୁର, ବୌଦ୍ଧ, ସମ୍ବଲପୁରରେ ଗ୍ରୀଷ୍ମପ୍ରବାହ ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହିସବୁ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିପାରେ।


ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ୟ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ଖରା ହେବା ନେଇ ଲୋକମାନଙ୍କୁ ଅବଗତ କରାଇବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଶିଶୁ, ବୟସ୍କ ଓ ଅସୁସ୍ଥ ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଥିବା ବେଳେ ଦିନ ୧୧ ଟାରୁ ୩ ଟା ମଧ୍ୟରେ ବାହାରକୁ ଗଲେ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

Leave A Reply

Your email address will not be published.