ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ୪ ଜିଲ୍ଲାକୁ ହିଟ୍‍ ୱେଭ୍‍ ଆଲର୍ଟ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ତାତିର ପ୍ରକୋପ ଜାରି ରହିଛି। କ୍ରମାଗତ ଭାବେ ସେଠାରେ ତାପମାତ୍ରା ବୃଦ୍ଧି ହେଉଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ଯୋଗୁଁ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ରିବିବାର ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ପାର୍‍ କରିଥିବା ବେଳେ ୪୪.୬ ଡିଗ୍ରୀ ସହ ଟିଟଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ସେହିପରି ୧୦ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ସୋନପୁର ୪୪.୫, ବୌଦ୍ଧରେ ୪୪.୩, ବଲାଙ୍ଗୀର ୪୪.୩ ଓ ନୂଆପଡ଼ାରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଛି। ପାଣିପାଗ କେନ୍ଦ୍ରରୁ ମିଳିଥିବା

ସୂଚନା ଅନୁଯାୟୀ ଆସନ୍ତା ୪-୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାକୁ ନଥିବା ବେଳେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ଲହରି ଦେଖାଯିବ। ଏହାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାକୁ ହିଟ୍‍ ୱେଭ୍‍ ଆଲର୍ଟ ଜାରି କରାଯିବା ସହିତ ଖରାରୁ ମୁକ୍ତି ପାଇବାକୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ବରଗଡ଼ ରହିଥିବା ବେଳେ ଏଠାରେ ତାତିର ପ୍ରକୋପ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଅନ୍ୟପଟେ ପଶ୍ଚିମ ଓଡ଼ିଶାରେ ତାତି ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ତାତିରୁ ମୁକ୍ତି ମିଳିଛି। ଶନିବାର ରାତିରେ ହୋଇଥିବା କାଳବୈଶାଖୀ ଯୋଗୁଁ ରବିବାର ଉପକୂଳ ଓଡ଼ିଶା ସମେତ ଏହାର ପଶ୍ୱର୍ବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତାତି ବିଶେଷ ଅନୁଭୂତ ହୋଇନାହିଁ। ଅଧିକାଂଶ ଜିଲ୍ଲାରେ ୩୪-୩୮ ଡିଗ୍ରୀ ମଧ୍ୟରେ ତାପମାତ୍ରା ରହିବା ଯୋଗୁଁ ସାମନ୍ୟ ଆଶ୍ୱସ୍ତି ମିଳିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ଥିବା ବେଳେ ସୋମବାର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ,କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୁଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

Leave A Reply

Your email address will not be published.