ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଶ୍ଚିମାଝଡ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାପବନ ସହ କୁଆପଥର ବୃଷ୍ଟି

ଭୁବନେଶ୍ୱର: ପଶ୍ଚିମାଝଡ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବୃଷ୍ଟି ହୋଇଛି । କୁଆପଥର ସହ ହଠାତ ବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଇଥିଲା। କେବଳ ଭୁବନେଶ୍ୱର ନୁହେଁ, ପଶ୍ଚିମ ଓଡ଼ିଶା ସହ ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ବଲାଙ୍ଗିର ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ସୂଚନା ମିଳିଛି। ତେବେ ଗତ ୨ ଦିନ ହେବ ଏମିତି ବର୍ଷା ଗ୍ରୀଷ୍ମର ତାତିରୁ କିଛି ମାତ୍ରାରେ ଆଶ୍ୱସ୍ତି ଆଣି ଦେଇଛି । ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Leave A Reply

Your email address will not be published.