ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା: ୧୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହା ସହିତ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ନୂଆପଡା , ବଲାଙ୍ଗୀର ଓ ଦେବଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡା କେନ୍ଦୁଝର , ମୟୁରଭଞ୍ଜ, ନବରଙ୍ଗପୁର, କଲାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ୟେଲୋ ଆଲର୍ଟ ଜାରିକରାଯାଇଛି । କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଟ୍ୱିନ୍‌ସିଟିରେ ଆକାଶ ମେଘାଚ୍ଛନ ରହିବା ସହିତ ବଜ୍ରପାତର ସମ୍ବାବନା ରହିଛି । ଏଥିପାଇଁ କଟକ ଓ ଭୁବନେଶ୍ବରକୁ ମଧ୍ୟ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ଏପର୍ଯ୍ୟନ୍ତ ୨୪ପ୍ରତିଶତ କମ୍ ବର୍ଷା ହୋଇଛି । ୧୧ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ଲଘୁଚାପ ପ୍ରଭାବରେ ଆଗାମୀ ଆଗାମୀ ୫ଦିନ ଯାଏଁ ଅନେକ ସ୍ଥାନରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି ।

Leave A Reply

Your email address will not be published.