ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଯାହା ଫଳରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ପବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ଆସନ୍ତା ୩୦ ତାରିଖ ଯାଏଁ ବର୍ଷା ଲାଗିରହିବ ।


ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକକା ମନୋରମା ମହାପାତ୍ର।


ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଗତ ୨୬ ତାରିଖରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିଛି । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.