ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଷଷ୍ଠୀରୁ ଅଷ୍ଟମୀ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ପକ୍ଷରୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଗୁରୁବାର ହଠାତ ପାଗ ବଦଳିବା ସହିତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଦିନକ ପରେ ଆହୁରି ବର୍ଷାର ପରିମାଣ ବୃଦ୍ଧି ହେବ ଓ ଦୁର୍ଗା ପୂଜାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଲାଗି ରହିଛି। ଶୁକ୍ରବାର ମଧ୍ୟ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦିରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


ଅନ୍ୟପଟେ ଟାଇଫୁନ ନୋରୁ ବୁଧବାର ଭିଏତନାମରେ ତାଣ୍ଡବ ରଚିବା ପରେ ଦୁର୍ବଳ ହୋଇ ଗୋଟିଏ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଅକ୍ଟୋବର ପହିଲାରେ ଏହାର ଅବଶିଷ୍ଟାଂଶ ବଙ୍ଗୋପସାଗରକୁ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତାକାଲି ଅର୍ଥାତ ଶନିବାର ଉତ୍ତର ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରବିବାର ମଧ୍ୟ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ମହା ଅଷ୍ଟମୀରେ ଅର୍ଥାତ ସୋମବାର ପୁରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର ଓ ମୟୂରଭଞ୍ଜ ସମେତ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ୧୧ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


ପାଣିପାଗ କେନ୍ଦ୍ର ଟୁଇଟ୍‌‌ ଯୋଗେ ସୂଚନା ଦେଇଛି ଯେ ୨ ଅକ୍ଟୋବର ସପ୍ତମୀରେ ସାରା ଉପକୂଳ ଓଡ଼ିଶା ଭିଜିବ। ଏଥିପାଇଁ ସମସ୍ତ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ପାଇଁ ହଳଦିଆ ଚେତାବନୀ ଜାରି କରାଯାଇଛି। ୨ରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର, ମୟୁରଭଞ୍ଜ ସମେତ ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଅଷ୍ଟମୀରେ ସାରା ରାଜ୍ୟରେ ବର୍ଷା ସାଙ୍ଗକୁ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୩ ଅକ୍ଟୋବର ଅଷ୍ଟମୀରେ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଏବଂ ପୁରୀ ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଆଲର୍ଟ ଜାରି କରିଛି।

Leave A Reply

Your email address will not be published.