ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। କଟକ ଓ ଭୁବନେଶ୍ବରରେ ଅବିଶ୍ରାନ୍ତ ବର୍ଷା ହେଉଛି। ଟୁଇନସିଟିରେ ଘଣ୍ଟାପ୍ରତି ୨୦ରୁ ୩୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଆଜି ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୪ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟକୁ ସତର୍କତା କରାଯାଇଛି ।

ଆସନ୍ତାକାଲି ପାଇଁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୬ ତାରିଖରେ ବର୍ଷା କମିବ, ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି ।

Leave A Reply

Your email address will not be published.