ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା, ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ସୋନୁପର, ବଲାଙ୍ଗୀର, ଝାରସୁଗୁଡା,ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ଝାଡ଼ଖଣ୍ଡ ଓ ଗାଙ୍ଗେୟ ଉପତ୍ୟାକା ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହି ଲଘୁଚାପ ଦକ୍ଷିଣ ପଶ୍ଟିମ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଉପରେ ସକ୍ରିୟ ରହିଛି।

ଓଡ଼ିଶାଠାରୁ ଲଘୁଚାପଟି ଦୂରକୁ ଯିବା ଯୋଗୁଁ ରାଜ୍ୟରେ ବର୍ଷାର ପ୍ରକୋପ ହ୍ରାସ ପାଇବ। ମାତ୍ର ଆସନ୍ତା ଦୁଇ ଦିନ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ପରେ ପାଗ ଶୁଖିଲା ରହିବ ବୋଲି ସୂଚନା ରହିଛି ।

ଅନ୍ୟପଟେ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଜାରି ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଜମ୍ମୁ-କଶ୍ମୀର-ଲଦାଖ୍‌‌-ଗିଲ୍‌‌ଗିଟ୍‌‌-ବାଲଟିସ୍ଥାନ- ହିମାଞ୍ଚଳ ପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମ ଉତ୍ତରପ୍ରଦେଶ ଓ ରାଜସ୍ଥାନର ଅବଶିଷ୍ଟ ଅଞ୍ଚଳ ଏବଂ ପଶ୍ଚିମ ମଧ୍ୟପ୍ରଦେଶ ଓ ଗୁଜରାଟର କିଛି କିଛି ଅଞ୍ଚଳରୁ ମୌସୁମୀ ଫେରିଯିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଛି।

Leave A Reply

Your email address will not be published.