ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଶ୍ଚିମା ଝଡ଼ ପ୍ରଭାବରେ ସକାଳୁ ସକାଳୁ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, , ୧୭ ଜିଲ୍ଲାକୁ ୟେଲୋ ୱାଣ୍ଣିଂ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ସକାଳୁ ସକାଳୁ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା । ଏଥିସହ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ଛୁଇଁଥିବା ଜଣାପଡିଛି । ସକାଳୁ ସକାଳୁ ଘଂଟାଏରୁ ଅଧିକ ସମୟ ବର୍ଷା ହୋଇଛି । ଏହାର ପ୍ରଭାବରେ ଟୁଇନ ସିଟି ବେହାଲ ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଆଜି ୧୭ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି ପୁଣି ଏକ ପଶ୍ଚିମା ଝଡ଼ ସମ୍ଭାବନା ରହିଛି ।

୨ ତାରିଖ ପରଠାରୁ କୌଣସି ଜିଲ୍ଲାକୁ ସତର୍କତା ଜାରି କରାଯାଇନଥିବା ବେଳେ ସେହିଦିନ ରାତିରେ ପୁଣି ଏକ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପୁଣି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବାର ଅଧିକ ସମ୍ଭାବନା ରହିଛି । ସେପଟେ କାଳବୈଶାଖୀର ମୁକାବିଲା ନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.