ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଗତ ୩ଦିନ ହେବ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଯଦିଓ ଏହି ଲଘୁଚାପର ପ୍ରଭାବ ବିଶେଷ ଅଧିକ ରହିବ ନାହିଁ; ତଥାପି ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ବର୍ଷା ହୋଇପାରେ। ବର୍ତ୍ତମାନ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ୨୯ ତାରିଖ ପାଇଁ ରାଜ୍ୟର କିଛି ଜିଲ୍ଲା ପାଇଁ ଆଲର୍ଟ ଜାରି ହୋଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ଝାରୁସୁଗଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ବେଳେ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେବେ ରବିବାରଠାରୁ ବର୍ଷାର ପ୍ରକୋପ କମିବ। ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ମାତ୍ରା ହ୍ରାସ ହୋଇଛି। ମାତ୍ର ଅନୁଗୁଳରେ ରାଜ୍ୟର ସର୍ବାଧିକ ୧୦୨ ମିମି ବର୍ଷା ରେକର୍ଡ ହୋଇଛି।

Leave A Reply

Your email address will not be published.