ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା: ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି, ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ବିଭିନ୍ନ ସ୍ଥାନାରେ ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ମୟୁରଭଞ୍ଜ-ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ।  ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ବୌଦ୍ଧ ଓ  ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଉକ୍ତ ସମସ୍ତ ଜିଲ୍ଲାକୁ ୱେଲୋ ୱାର୍ଣ୍ଣଂ ଜାରି କରାଯାଇଛି।

Leave a comment