ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା: ଟ୍ବିନ୍ ସିଟି ସମେତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନ ରହିଛି। ଏଥି ପାଇଁ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ  କଟକ ଓ ଭୁବନେଶ୍ୱର ପାଇଁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।

ସତର୍କ ସୂଚନା  ଜାରି କରାଯାଇଥିବା ୧୫ ଜିଲ୍ଲାଗୁଡିକ ହେଲେ-  ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା,  ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର ।

Leave A Reply

Your email address will not be published.