ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଦକ୍ଷିଣ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଘୁର୍ଣ୍ଣିବଳୟ ଯୋଗୁ ମୌସୁମୀ ସ୍ୱାଭାବିକ ଅବସ୍ଥାକୁ ଫେରୁଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାରୁ ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଏହି ବର୍ଷାର ପରିମାଣ ବୃଦ୍ଧି ହେବାର ଥିବା ବେଳେ ବୁଧବାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବୁଧବାର କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ଦେବଗଡ଼଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମଲାକାନଗିରି ଓ ସୁନ୍ଦରଗଡ଼଼ରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ୨୨ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ହେବା ସହିତ ଅଞ୍ଚଳୱାରୀ ମଧ୍ୟ ବର୍ଷା ବଢ଼଼ିବ।

Leave A Reply

Your email address will not be published.