ରାଜ୍ଯର ବିଭିନ୍ନ ଜିଲ୍ଲାରେ ଆଗାମୀ ୩ ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୩ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡ଼ିକୁ ୟେଲୋ ଓ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ପରିପ୍ରେକ୍ଷୀରେ ୨୦ ତାରିଖ ପାଇଁ  ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ପୁରୀ , ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରଯାଇଥିବା ଜିଲ୍ଲାଗୁଡିକ ହେଲା- ଗଜପତି, ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର,  ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ବରଗଡ଼ ।

ସେହିପରି ୨୧ ତାରିଖ ପାଇଁ ମଧ୍ଯ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡ଼ିକ ହେଲା-  ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ଦେବଗଡ଼,ବରଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା। ପ୍ରବଳ ବର୍ଷା ନେଇ କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୨ ତାରିଖ ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ  ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଦ୍ବୟହେଲେ- ବରଗଡ଼ ଓ ଝାରସୁଗୁଡ଼ା।

Leave a comment