ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨୪ ଘଣ୍ଟାରେ ରାଜ୍ଯର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଜାରି ରହିବ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଲା – ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ।

ସେହିପରି ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା- ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ ଓ ମାଲକାନଗିରି ।

ଅନ୍ୟପକ୍ଷରେ, ୨୨ ତାରିଖ ପାଇଁ  ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା,ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ।

Leave A Reply

Your email address will not be published.