ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳଙ୍କୁ ଅନ୍ତିମ ବିଦାୟ : ବିଧାନସଭାରେ ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ୱର: ପରଲୋକରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ । ୮୩ ବର୍ଷ ବୟସରେ ମୃତ୍ୟୁ ବରଣ କରିଛନ୍ତି ହେମାନନ୍ଦ । ଗତକାଲି ହେମାନନ୍ଦଙ୍କ ମୃତ୍ୟୁ ପରେ ସାରା ଓଡ଼ିଶାରେ ଖେଳି ଯାଇଥିଲା ଶୋକର ଛାୟା । ଆଜି ବିଧାନସଭାରେ ସ୍ୱର୍ଗତ ହେମାନନ୍ଦ ବିଶ୍ବାଳଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ବିଧାନସଭା ପରିସରରେ ସ୍ୱର୍ଗତ ବିଶ୍ୱାଳଙ୍କ ମରଶରୀରରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଆଜି ହେମାନନ୍ଦଙ୍କ ମରଶରୀରକୁ ଏକ ଶୋଭାଯାତ୍ରାରେ ବିଧାନସଭାକୁ ନିଆଯାଇଥିଲା । ବିଧାନସଭାରେ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ଭବନକୁ ନିଆଯାଇଥିଲା ।

କଂଗ୍ରେସ ଭବନରେ ହେମାନନ୍ଦଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ବରିଷ୍ଠ ନେତା । କଂଗ୍ରେସ ଭବନରେ ଶେଷ ଦର୍ଶନ ପରେ ହେମାନନ୍ଦ ବିଶ୍ୱାଳଙ୍କ ପାର୍ଥିବ ଶରୀରକୁ ଜନ୍ମମାଟି ଝାରସୁଗୁଡ଼ା ନିକଟସ୍ଥ ଠାକୁରପଡା ନିଆଯାଉଛି । ସେଠାରେ ତାଙ୍କର ଶେଷକୃତ୍ୟ କରାଯିବ । ତେବେ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବାସଭବନରେ ଶେଷ ଦର୍ଶନ କରିଥିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା, ଜୟଦେବ ଜେନା ଓ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ସୁଶାନ୍ତ ରାଉତ, ପ୍ରୀତି ରଞ୍ଜନ ଘଡେଇ ପ୍ରମୁଖ ଶେଷ ଦର୍ଶନ କରିଥିଲେ ।

Leave A Reply

Your email address will not be published.