ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା: ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ

କଟକ: ହାଇକୋର୍ଟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା । ବ୍ୟବସ୍ଥା ନ ଥାଇ ଡେଡଲାଇନକୁ ନାପସନ୍ଦ କଲେ ହାଇକୋର୍ଟ । ରାଜ୍ୟର ସମସ୍ତ ଲୋକଙ୍କ ପାଖରେ ଅନଲାଇନ ବ୍ୟବସ୍ଥା ନାହିଁ । ତେଣୁ ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ବୁକିଂ କରିବା ସମ୍ଭବ ହେଉନାହିଁ । କ’ଣ ବିକଳ୍ପ ବ୍ୟବସ୍ଥା କରାଯିବ, ସେନେଇ ହାଇକୋର୍ଟଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଆସନ୍ତା ୩୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଅକ୍ଟୋବର ୧ରୁ ଚେକିଂ କଡାକଡି କରିବାକୁ ପରିବହନ ବିଭାଗର ନିଷ୍ପତ୍ତି ନେଇଛି। ପରିବହନ ବିଭାଗରୁ ମତାମତ ଆଣି କୋର୍ଟରେ ଉପସ୍ଥାପନ କରିବାକୁ ସରକାରୀ ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ସୂଚନା ଅନୁଯାୟୀ, ଯଦି ଗାଡିର ନମ୍ବର ଶେଷକୁ ୧,୨,୩,୪ ରହିଥାଏ ତେବେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ୩୦ ସେପ୍ଟେମ୍ବର ଡେଡଲାଇନ ରହିଛି। ଅର୍ଥାତ ଏହି ସମୟ ମଧ୍ୟରେ ବୁକିଂ କରିଥିଲେ ଦେବାକୁ ପଡିବନି ଜରିମାନା । ସେହିଭଳି ଗାଡିର ନମ୍ବର ୫ କିମ୍ବା ୬ ରହିଥିଲେ ଅକ୍ଟୋବର ୩୧ ପର୍ୟ୍ୟନ୍ତ ଡେଡଲାଇନ ରହିଛି। ଗାଡିର ନମ୍ବର ୭ କିମ୍ବା ୮ ରହିଥିଲେ ୩୦ ନଭେମ୍ବର ଡେଡଲାଇନ ରହିଛି। ଗାଡିର ଶେଷ ନମ୍ବର ୯ କିମ୍ବା ୦ ରହିଥିଲେ ଏହାର ଡେଡଲାଇନ ୩୧ ଡିସେମ୍ବର ରହିଛି । ଅଥାର୍ତ ଧାର୍ୟ୍ୟ ସମୟ ଭିତରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ବୁକିଂ କରିଥିଲେ ଆଉ ଗଣିବାକୁ ପଡିବନି ଜରିମାନା । ଚେକିଂ ବେଳେ କେବଳ ସ୍ଲଟ ବୁକିଂର ସ୍ଲିପ ଦେଖାଇ ଫାଇନରୁ ବର୍ତ୍ତିପାରିବେ ଲୋକେ।  ସରକାର ଧାର୍ୟ୍ୟ କରିଥିବା ନିୟମ ଅନୁସାରେ, ଯେଉଁ ଗାଡି ଚାଳକ ନିୟମ ଅନୁସାରେ ସେମାନଙ୍କ ଗାଡିର ନମ୍ବର ପ୍ଲେଟ୍‌ ଲଗାଇବେ ନାହିଁ, ସେମାନଙ୍କୁ ଇ-ଚାଲାଣ ସହିତ ୫ରୁ ୧୦ ହଜାର ପର୍ୟ୍ୟନ୍ତ ଜରିମାନା ଦେବାକୁ ପଡିବ ।

 

Leave A Reply

Your email address will not be published.