ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହିମନ୍ତ ବିଶ୍ୱ ଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ବିଜେପି ବିଧାନସଭା ଦଳର ନେତା ହିମନ୍ତ ବିଶ୍ୱ ଶର୍ମା । ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକରେ ତାଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ନେଇ ଚୟନ କରାଯାଇଛି । କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହି ସୂଚନା ଦେଇଛନ୍ତି । ଏହାପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୋୱାଲ ରାଜ୍ୟପାଳ ଜଗଦୀଶ ମୁଖୀଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ ।

ରବିବାର ଦିନ ବିଜେପି ବିଧାନସଭା ପାର୍ଟି ଗୌହାଟୀରେ ଭେଟିବା ପରେ ଆସାମ ସ୍ୱାସ୍ଥ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ଯାଉଛନ୍ତି।

Leave A Reply

Your email address will not be published.