ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆରମ୍ଭ ହେଲା ପିତୃପକ୍ଷ

ପୁରୀ: ମଙ୍ଗଳବାରଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଯେପରିକି ନରେନ୍ଦ୍ର, ଇନ୍ଦ୍ରଦ୍ୟୁମ୍ନ, ମାର୍କଣ୍ଡେୟ, ଶ୍ବେତଗଙ୍ଗା ପ୍ରଭୃତି ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି। ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି । ଏନେଇ ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ପିତୃପୁରୁଷଙ୍କ ଉଦ୍ୟେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଛନ୍ତି। ଦୀର୍ଘ ୧୫ ଦିନ ଧରି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ୟ୍ୟନ୍ତ ପିତୃପକ୍ଷ ଚାଲୁରହିବ।

Leave A Reply

Your email address will not be published.