ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ

ଭୁବନେଶ୍ବର: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ।

ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ଏହି  ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ପାଇବେ ନୂତନ ଦରମାରେ ଅନ୍ତର୍ଭୁକ୍ତ ହେବେ । ଏହି ନୂତନ ବର୍ଦ୍ଧିତ ଦରମା  ୧.୧. ୨୦୨୨ଠାରୁ ଲାଗୁ ହେବ । ଏହାଦ୍ୱାରା ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଅଧ୍ୟାପକ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୯୨ କୋଟି ଅତିରିକ୍ତ ବ୍ୟୟ ପଡ଼ିବ ।

Leave A Reply

Your email address will not be published.