ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ସଂଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ, ୯ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ବର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଛି । ସଂଧ୍ୟା ୫ଟା ୩୦ରେ ଏହି ବୈଠକ ବସିବାର କାର୍ୟ୍ୟକ୍ରମ ରହିଛି । ଏଥିରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ମାରିପାରେ । ପଂଚାୟତ ନିର୍ବାଚନରେ ଆସନ ସଂରକ୍ଷଣ ନେଇ ପ୍ରସ୍ତାବ ଆସିପାରେ । ସେହିପରି ଇ-ଯାନ ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି ।

ସେପଟେ, ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା କାରଣରୁ ପଂଚାୟତ ନିର୍ବାଚନ ପାଇଁ ସଂରକ୍ଷଣ ନେଇ ଆସନ୍ତା ବିଧାନସଭାରେ ସଂଶୋଧନ ଆସିବାକୁ ଯାଉଛି । ଏଥର ନିର୍ବାଚନ ପାଇଁ ସରଂକ୍ଷଣ ୫୦ ପ୍ରତିଶତ ଭିତରେ ରହିବ, ଏଥିପାଇଁ ସଂରକ୍ଷଣ ଆଇନ ଆସୁଛି ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି । ଆସନ୍ତା ଫେବୃଆରୀ ମାସରେ ପଞ୍ଚାୟତ ନିର୍ବାଚନର ଅବଧି ସରୁଛି । ଗୋଟିଏ ପଟେ ଆସନ ସଂରକ୍ଷଣ ଓ ସୀମା ପୁନନିର୍ଦ୍ଧାରଣ ନିର୍ବାଚନ ପାଇଁ ବାଧକ ସାଜିଥିଲା । କିଛି ଦିନ ପୂର୍ବରୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସ୍ପଷ୍ଟ କରିଥିଲା ଆସନ୍ତା ପଞ୍ଚାୟତ ନିର୍ବାଚନରେ ଆଉ ସୀମା ପୁର୍ନଗଠନ ହେବନି, ୨୦୧୭ ନିର୍ବାଚନରେ ଅନେକ ବଡ ପଂଚାୟତକୁ ଭାଙ୍ଗି ଛୋଟ ପଞ୍ଚାୟତ କରାଯାଇଥିଲା ।

Leave A Reply

Your email address will not be published.