ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ଆଗାମୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ଗୁରୁତ୍ବପୂର୍ଣ ବୈଠକ

ଭୁବନେଶ୍ବର: ଆଗାମୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଶୃଙ୍ଖଳିତ ଭାବେ ସମାପନ ନେଇ ଆସନ୍ତାକାଲି ଏକ ଗୁରୁତ୍ବପୂର୍ଣ ବୈଠକ ବସିବ। ପ୍ରଶାସନିକସ୍ତରରେ ଏହି ବୈଠକ ବସିବାକୁ ଥିବାବେଳେ ରଥଯାତ୍ରା ସୁପରିଚାଳନା ନେଇ ଆଲୋଚନା କରାଯିବ। ପାନୀୟ ଜଳ, ବିଦ୍ୟୁତ ଯୋଗାଣ, ସ୍ୱାସ୍ଥ୍ୟ, ପରିମଳ ବ୍ୟବସ୍ଥା, ରାସ୍ତା ଘାଟ ମରାମତି, ଗମନ ଗମନ ବ୍ୟବସ୍ଥା ସହିତ ରଥ ନିର୍ମାଣ ଓ କାଠ ଯୋଗାଣ ଉପରେ ଆଲୋଚନା ହେବ। ସେହିପରି ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଆଗମନ ନେଇ ସୁରକ୍ଷା, ଟ୍ରାଫିକ ନିୟନ୍ତ୍ରଣ ସହ ଅନ୍ୟାନ୍ୟ ବ୍ୟବସ୍ଥା ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋଚନା କରାଯିବ। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ ବୋଲି ଜଣାପଡ଼ିଛି।

Leave A Reply

Your email address will not be published.