ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଛତିଶଗଡ ବିଜାପୁରରେ ଯବାନ ଓ ମାଓବାଦୀ ଗୁଳିବିନିମୟ, ୫ ଯବାନ ସହିଦ

ମାଲକାନଗିରି: ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି  । ମାଓବାଦୀଙ୍କ ଗୁଳିରେ ୫ ଜଣ ଯବାନ ସହିଦ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ବିଜାପୁର ଜିଲ୍ଲାର ସିଲେଗୁର ଜଙ୍ଗଲରେ ମାଓବାଦୀ ମାନେ କ୍ୟାମ୍ପ୍‌ କରି ରହିଥିବା ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫର ଯବାନ ମାନେ ମିଳିତ ଭାବେ କମ୍ବିଙ୍ଗ ଅପରେସନ ଆରମ୍ଭ କରିଥିଲେ।। ଜବାନଙ୍କୁ ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିବା ପରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ଘଟଣାରେ ଡିଆରଜି ବାହିନୀର ୪ ଜଣ ଓ ସିଆରପିଏଫର ଜଣେ ଯବାନ ଆହତ ହୋଇଥିବା । ସେମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ୫ ଜଣ ଯବାନ ସହିଦ ହୋଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ମଧ୍ୟ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ଜଣାପଡିଛି ।

୩ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସିଲେଗୁର ଜଙ୍ଗଲରେ ଏନକାଉଣ୍ଟର ଚାଲିଛି କିନ୍ତୁ ବର୍ତମାନ ସୁଦ୍ଧା ମଧ୍ୟ ଯବାନଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରା ଯାଉଥିବା ବେଳେ ତାହା ବିଫଳ ହୋଇଥିବା ନେଇ ସୂଚନା ଦେିଛନ୍ତି ବିଜାପୁର ଏସପି କମୋଲ ଲୋଚନ କାଶ୍ୟପ।

Leave A Reply

Your email address will not be published.