ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୦୨୯ କୋଭିଡ ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ ପୁଣି ହଜାର ଟପିଲା ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ୧୮ ବର୍ଷ ବୟସ ମଧ୍ୟରେ ୧୭୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୧୪୫ ଜଣ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୧୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୬୦୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୭୩୪୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୪୩୯୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.