ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କମିଲା ଦୈନିକ ସଂକ୍ରମଣ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୩୦ ପଜିଟିଭ୍‌

ଭୁବନେଶ୍ୱର : ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ଖୋର୍ଦ୍ଧାରୁ ୧୬୫ ଜଣ, ଖୋର୍ଦ୍ଧାରୁ ୬୫ ଜଣ, ସମ୍ବଲପୁରରୁ ୪୪ ଜଣ, ବୌଦ୍ଧରୁ ୩୪ ଜଣ, ବଲାଙ୍ଗୀରରୁ ୨୮ ଜଣ, ମୟୂରଭଞ୍ଜରୁ ୨୧ ଜଣ, ବରଗଡ଼ରୁ ୧୯ ଜଣ, ନୟାଗଡ଼ରୁ ୧୭ ଜଣ,କଟକରୁ ୧୪ ଜଣ, ଯାଜପୁରରୁ ୧୩ ଜଣ, ସୋନପୁରରୁ ୧୧ ଜଣ, ବାଲେଶ୍ବରରୁ ୧୦ ଜଣ, ଗଜପତି,ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୮ ଜଣ ଲେଖାଁଏ, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ୭ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୫ ଜଣ, ଦେବଗଡ଼, କନ୍ଧମାଳ ଓପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ଜଗତସିଂହପୁରରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୁଳ, ଭଦ୍ରକ ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ ୧୬ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୧୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୮୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୮୫୭୩୮୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୫୭୩୮୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.