ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୭ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Leave A Reply

Your email address will not be published.