ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୩ୟ ଟି-୨୦: ଭାରତକୁ ୧୮୭ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଅଷ୍ଟ୍ରେଲିଆ, ଅକ୍ଷରଙ୍କୁ ୩ ୱିକେଟ୍‌

ହାଇଦ୍ରାବାଦ୍‍ : ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଅନ୍ତିମ ମ୍ୟାଚ ହାଇଦ୍ରାବାଦ୍‌ରେ ଖେଳାଯାଉଛି। ରାଜୀବ ଗାନ୍ଧି ଅନ୍ତର୍ଜାତୀୟୀୟ ଷ୍ଟାଡିୟମରେ ଭାରତ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ କାମେରନ୍‌ ଗ୍ରିନ୍‌ (୫୨) ଓ ଟିମ୍‌ ଡେଭିଡ୍‌(୫୪)ଙ୍କ ଅର୍ଦ୍ଧଶତକ ବଳରେ କଂଗାରୁ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ଟି ୱିକେଟ୍‌ ହରାଇ ୧୮୬ ରନ୍‌ ସଂଗ୍ରହ କରିଛନ୍ତି। ଫଳରେ ରୋହିତ ଶର୍ମାଙ୍କ ନେତୃତ୍ବରେ ଖେଳୁଥିବା ଭାରତକୁ ମ୍ୟାଚ ବିଜୟ ପାଇଁ ୧୮୭ ରନ୍‌ର ଲକ୍ଷ୍ୟ ମିଳିଛି।

ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ବିସ୍ଫୋରକ ଢଙ୍ଗରେ ବ୍ୟାଟିଂ ଆରମ୍ଭ କରିଥିଲା। ବିଶେଷ କରି କ୍ୟାମେରୁନ ଗ୍ରୀନ ଧୂଆଁଧାର ବ୍ୟାଟିଂ କରି ଭାରତର ଚିନ୍ତା ବଢାଇଥିଲେ। ୩.୩ ଓଭରରେ ୪୪ ରନର ଦଳୀୟ ସ୍କୋରରେ ଅଧିନାୟକ ଆରୋନ ଫିଞ୍ଚ(୭)ଙ୍କୁ ଆଉଟ୍ କରି ଅକ୍ଷର ପଟେଲ୍ ଭାରତକୁ ପ୍ରଥମ ସଫଳତା ଦେଇଥିଲେ। ଅନ୍ୟପଟେ ଗ୍ରୀନ ଧୂଆଁଧାର ବ୍ୟାଟିଂ କରି ମାତର୍ ୧୯ ବଲ୍‌ରୁ ଅର୍ଦ୍ଧଶତକ ହାସଲ କରିଥିଲେ। ଗ୍ରୀନଙ୍କୁ ଆଉଟ୍ କରି ଭୁବନେଶ୍ଵର କୁମାର ଦଳକୁ ବହୁତ ବଡ ସଫଳତା ଦେଇଥିଲେ। ଗ୍ରୀନ ମାତ୍ର ୨୧ ବଲ୍‌ରୁ ୭ ଚୌକା ଏବଂ ୩ ଛକା ସହ ୫୨ ରନ କରିଥିଲେ। ଏହା ପରେ କଙ୍ଗାରୁ ଦଳ ସଅଳ ଓ୍ଵିକେଟ୍ ହରାଇ ଚାପର ବଶବର୍ତ୍ତୀ ହୋଇଥିଲା ଏବଂ ଭାରତୀୟ ବୋଲର ଅଷ୍ଟ୍ରେଲିଆର ରନ ଗତି ଉପରେ ଅଙ୍କୁଶ ଲଗାଇବାରେ ସଫଳ ହୋଇଥିଲେ।

ମ୍ୟାକ୍ସଓ୍ଵେଲ(୬) ରନ ଆଉଟ୍ ହୋଇଥିବା ବେଳେ ଷ୍ଟିଭ୍ ସ୍ମିଥ(୯) ଚହଲଙ୍କ ବଲ୍‌ରେ ଆଉଟ୍ ହୋଇ ପାଭିଲିୟନ ଫେରିଥିଲେ। ଜୋସ୍ ଇଙ୍ଗ୍ଲିସ୍(୨୪) କରିଥିଲେ। ମାଥ୍ୟୁ ଓ୍ଵେଦ(୧)ଙ୍କୁ ଆଉଟ୍ କରି ଅକ୍ଷର ପଟେଲ୍ ଦଳକୁ ବଡ ସଫଳତା ଦେଇଥିଲେ।ଏହା ପରେ ଟିମ୍ ଡେଭିଡ୍ ଏବଂ ଡାନିଏଲ ସାମ୍ସ ଦଳର ସ୍କୋରକୁ ଆଗକୁ ବଢାଇଥିଲେ। ଟିମ୍ ଡେଭିଡ୍ ବିସ୍ଫୋରକ ବ୍ୟାଟିଂ କରି ଅଷ୍ଟ୍ରେଲିଆର ସ୍ଥିତି ମଜବୁତ କରିଥିଲେ। ଡେଭିଡ୍ ୨୫ ବଲ୍‌ରୁ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୨୭ ବଲ୍‌ରୁ ୨ ଚୌକା ଏବଂ ୪ ଛକା ସହ ୫୪ ରନର ଗୁରୁତ୍ଵପୂର୍ଣ୍ଣ ଇନିଂସ ଖେଳିଥିଲେ। ସାମ୍ସ ୨୮ ରନରେ ଅପରାଜିତ ଥିଲେ। ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ଓଭରରେ ୭ ଓ୍ଵିକେଟ୍ ହରାଇ ୧୮୬ ରନ କରିଛି। ଭାରତ ପକ୍ଷରୁ  ଅକ୍ଷର ପଟେଲ୍‌ ସର୍ବାଧିକ ୩ଟି ୱିକେଟ୍‌ ନେଇଥିଲେ। ସେହିପରି ଭୁବନେଶ୍ବର କୁମାର, ୟୁଜବେନ୍ଦ୍ର ଚହଲ ଓ ହର୍ଷଲ ପଟେଲଙ୍କୁ ଗୋଟିଏ ଲେଖାଏଁ ୱିକେଟ୍‌ ମିଳିଥିଲା।

Leave A Reply

Your email address will not be published.